ନିଶା ଗରଜୁଥାଏ । ତୁହାକୁ ତୁହା ବର୍ଷା ହେଉଥାଏ । ଶ୍ୱାନଶ୍ୱାପଦଙ୍କ ରଡି ସାଙ୍ଗକୁ ଅଶରୀରୀମାନଙ୍କ ଅଟ୍ଟହାସ୍ୟ ମଧ୍ୟ ଶୁଭୁଥାଏ । ବିଜୁଳି ଆଲୁଅର ଝଲକରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ରାଜା ବିକ୍ରମାର୍କ ତିଳେ ହେଲେ ମଧ୍ୟ ବିଚଳିତ ନହୋଇ ପୁନର୍ବାର ବୃକ୍ଷାରୋହଣ କରି ଶବଟିକୁ ଉତାରି ଆଣିଲେ । ତା’ପରେ ତାକୁ କାନ୍ଧରେ ପକାଇ ଶୂନ୍ଶାନ୍ ଶ୍ମଶାନପଥ ଅତିକ୍ରମ କରିବାକୁ ଆରମ୍ଭ…