ସତ୍ୟର ମୂଲ୍ୟ ଗାଁ ମୁଣ୍ଡରେ ଚାଳି ଘରଟିଏ, ସେଠାରେ ରହୁଥାଏ ଗୋଟିଏ ବୁଢୀ । ତା’ର ସ୍ୱଭାବ ଗାଁ ଲୋକଙ୍କ ଠାରୁ ନିଆରା । ବୁଢୀ ତା’ ଜୀବନରେ କେବେ ମିଛ କହିନାହିଁ କି କାହାର ଅମଙ୍ଗଳ ଚିନ୍ତା କରିନାହିଁ । ଲୋଭରେ ସେ କାହାର କୁଟା ଖଣ୍ଡିଏ ଉଠାଇ ନେବା କେବେ କିଏ ଦେଖିନାହାନ୍ତି । ଧର୍ମ ଓ ଈଶ୍ୱରବିଶ୍ୱାସୀ ଏହି ବୁଢୀକୁ ଗାଁଟିଯାକର ପିଲାଠୁ…