- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
- Uncategorized

ହାତ ଖର୍ଚ୍ଚ ଚକ୍ରଧରପୁର ଗ୍ରାମରେ ଭରତ ନାମକ ଜଣେ କୃଷକ ବାସ କରନ୍ତି । ତାଙ୍କର ପାଞ୍ଚ ଏକର ଉର୍ବର ଜମି ଥାଏ । ପୁତ୍ର ଚନ୍ଦନ ଓ ସେ କଠିନ ପରିଶ୍ରମ କରି କ୍ଷେତରେ ସାରାବର୍ଷ ବିଭିନ୍ନ ପ୍ରକାରର ଫସଲ କରନ୍ତି । ତେଣୁ ସେମାନଙ୍କ ଆୟ ମଧ୍ୟ ଖୁବ୍ ଭଲ ହୁଏ । ଏ ବର୍ଷ ଭଲ ହରଡ ଡାଲି ଅମଳ ହୋଇଥାଏ । ସେମାନେ ସଠିକ୍ ଦାମ୍ ରେ ତାହା ବିକ୍ରି କରିବାର ସୁଯୋଗର ଅପେକ୍ଷାରେ ରହିଥାନ୍ତି । ଅମଳ ହୋଇଥିବା…

ସଚ୍ଚା ଶିଳ୍ପୀ ମନ୍ଦାକିନୀ ନଦୀ ତୀରରେ ମରକତପୁର ଗୋଟିଏ ସମୃଦ୍ଧ ଗ୍ରାମ ଥିଲା । ଏ ଗ୍ରାମର ଲୋକେ ସାହିତ୍ୟ, ସଂଗୀତ, ନୃତ୍ୟ ଇତ୍ୟାଦି କଳାର ବିଶେଷ ଆଦର କରୁଥିଲେ । ସେଥିପାଇଁ ସାରା ରାଜ୍ୟରେ ଏ ଗ୍ରାମର ବିଶେଷ ଖ୍ୟାତି ଥିଲା । ଗ୍ରାମବାସୀମାନେ ବାରମାସରେ ତେର ପର୍ବ ପାଳନ କରୁଥିଲେ । ତେବେ ସବୁଠାରୁ ବଡ ଉତ୍ସବ ଦେବୀ ମଙ୍ଗଳାଙ୍କ ବାର୍ଷିକ ପୂଜା ଥିଲା । ମଙ୍ଗଳା ସେ ଗ୍ରାମର ଆରାଧ୍ୟା ଦେବୀ ବୋଲି ସମସ୍ତ ଗ୍ରାମବାସୀ ଏ ଉତ୍ସବରେ ମନପ୍ରାଣ ଢାଳି ଅଂଶ ଗ୍ରହଣ…

ଯଥା ରାଜା ତଥା ପ୍ରଜା ଅନେକ କାଳ ତଳର କଥା । ବିଜୟଗଡ ରାଜ୍ୟ ବ୍ୟାପି ଅରାଜକତା ବ୍ୟାପିଥାଏ । ଦେଶରେ ଯେତିକି ଚୋରି, ଗୁଣ୍ଡାମି ବଢିଥାଏ, ଜନସାଧାରଣ ବି ସେତିକି ମାତ୍ରାରେ ବିଶୃଙ୍ଖଳ ବ୍ୟବହାର କରୁଥାନ୍ତି । ଯଦି ଚୋରଟିଏ ଧରା ପଡିଗଲା, ତେବେ ତାକୁ ସିପାହୀମାନଙ୍କ ଜିମା ନଦେଇ ନିଜେ ନିଜେ ଛେଚି ଦେଉଥାନ୍ତି । ବିଚାରାଳୟରୁ କୌଣସି ବିଷୟରେ କୌଣସି ନିଷ୍ପତି ଘୋଷଣା କରାଗଲେ ମଧ୍ୟ ତାକୁ ଲୋକେ ପ୍ରାୟ ମାନୁ ନଥାନ୍ତି । ଏଣେ ଜିନିଷପତ୍ରର ଦରଦାମ ଯେ ଖାଲି…

ବୈରାଗ୍ୟ ମହାରାଜା ମହାଜନକ ସନ୍ନ୍ୟାସ ଜୀବନ ଯାପନ କରିବା ଉଦ୍ଧେଶ୍ୟରେ ରାଜପ୍ରସାଦ ଛାଡି ଏକ ବଗିଚାରେ ଛୋଟ ଘରଟିଏ ବନାଇ ରହିଲେ । ସେ କଥାବାର୍ତ୍ତା ମଧ୍ୟ ପ୍ରାୟ ବନ୍ଦ କରିଦେଲେ । କିଛିଦିନ ପରେ ଦିନେ ସେ ତାଙ୍କ ସେବକକୁ ଡାକି କହିଲେ, “ମୋ ପାଇଁ କିଛି ଗେରୁଆ ବସ୍ତ୍ର ଓ ମାଟିର ଏକ ଭିକ୍ଷାପାତ୍ର ନେଇ ଆସ । ଆଉ ଗୋଟିଏ ବାରିକ ମଧ୍ୟ ଡାକି ଆଣିବୁ ।” ବାରିକ ଆସି ତାଙ୍କ ମୁଣ୍ଡ ଲଣ୍ଡା କରିଦେଲା ଓ ସେ ଗେରୁଆ ବସ୍ତ୍ର ପିନ୍ଧି ମାଟି ପାତ୍ରଟି ଧରି ଘର…

ବୁଦ୍ଧି ଓ ସିଦ୍ଧି ଜାମପୁର ଗୋଟିଏ ସମୃଦ୍ଧ ଓ ବଡ ଗାଁ ଥିଲା । ସେଠାକାର ଶିବନାଥଙ୍କ ଏକମାତ୍ର ପୁଅ ସୁଧୀର ନିଜ ଗାଁ ବିଦ୍ୟାଳୟରେ ପାଠ ଶେଷ କରି ଗୋଟାଏ ପ୍ରକାର ଅଳସୁଆ ହୋଇଗଲା । ଖାଲିଟାରେ ବାରାନ୍ଦାରେ ବସିଥିବ, ନହେଲେ ଖଟିଆରେ ଶୋଇ ରହିଥିବ । କିଛି କାମଦାମରେ ମନ ଦେଲା ନାହିଁ । ଶିବନାଥ କି ତା’ ବୋଉ ତାକୁ ଯେତେ ବୁଝାଇଲେ ବି କିଛି ଫଳ ହେଲା ନାହିଁ । ଶିବନାଥଙ୍କର ଜଣେ ବନ୍ଧୁ ଥିଲେ । ତାଙ୍କ ନାମ ଗୋବିନ୍ଦ । ଗୋବିନ୍ଦବାବୁଙ୍କ ଝିଅ ବାହାଘର ହେବାର…

ବିଜୟ ରହସ୍ୟ ଅନେକ ଦିନ ତଳର କଥା । କମଲୁଦ୍ଦିନ୍ ଉଜ୍ବେକିସ୍ଥାନର ସୁଲତାନ୍ ରୂପେ ଅଭିଷିକ୍ତ ହେଲେ । ସେତେବେଳେ କମଲୁଦ୍ଦିନ୍ ବୟସରେ ତରୁଣ । ବାପା ହଠାତ୍ ମରିଯିବାରୁ ସେ ସିନା ସୁଲତାନ୍ ହେଲେ, କିନ୍ତୁ ଭୋଗବିଳାସ ଛାଡି ଶାସନ କାର୍ଯ୍ୟରେ ମନ ଦେବାକୁ ସେ ଆଦୌ ପ୍ରସ୍ତୁତ ନଥିଲେ । ଦିନେ ଉଜୀର୍ ଆସି କହିଲେ, “ସୁଲତାନ୍! ଆମ ଗୁପ୍ତଚରମାନେ କହୁଛନ୍ତି, ଉତ୍ତର ମୁଲକର ଅମୀର୍ ହଠାତ୍ ରାଜଧାନୀ ଆକ୍ରମଣ କରି ଗାଦି ଅଧିକାର କରିବା ଉଦ୍ଧେଶ୍ୟରେ ଅଛନ୍ତି । ଆମେ ବେଳହୁଁ ସତର୍କ ନହେଲେ ଅବସ୍ଥା…