- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ଦୂରଦୃଷ୍ଟି ହରିପୁର ଗ୍ରାମରେ ନାଗେଶ୍ୱର ନାମକ ଜଣେ ସାଧାରଣ ପରିବାରର ଲୋକ ରହୁଥିଲେ । ତାଙ୍କର ପତ୍ନୀ ଓ ଦୁଇଟି ସନ୍ତାନ ଥିଲେ । ଏକମାତ୍ର ଭଉଣୀର ବିବାହ ସୁଗନ୍ଧପୁର ନିବାସୀ ବର୍ଦ୍ଧନଙ୍କ ସହିତ ହୋଇ ସାରିଥାଏ । ତେଣୁ ସେ ତା’ ଶ୍ୱଶୁର ଘରେ ଥାଏ । ବର୍ଦ୍ଧନ ମଧ୍ୟ ସାଧାରଣ ପରିବାରର ଅଟନ୍ତି । କିଛି ଦିନ ପରେ ବର୍ଦ୍ଧନ ହୃଦରୋଗରେ ପୀଡିତ ହେଲେ । ଏଭଳି ପରିସ୍ଥିତିରେ ନାଗେଶ୍ୱରଙ୍କ ପତ୍ନୀ ନିଜ ପତିଙ୍କୁ ଅନୁରୋଧ କରି ବର୍ଦ୍ଧନ ଓ ତାଙ୍କ ପତ୍ନୀ...
ବହୁ ପୁରାକାଳର କଥା । ଗୋଟିଏ ନଗରୀରେ ‘ସୋମିଲାକ୍’ ନାମକ ଏକ ତନ୍ତୀ ବାସ କରୁଥିଲା । ଲୁଗା ବୁଣି ସେ ନିଜର ଗୁଜୁରାଣ ମେଂଟାଏ । ସେ ବୁଣୁଥିବା ଲୁଗା ଗୁଡିକ ଏତେ ଉତ୍କୃଷ୍ଟମାନର ଥିଲା ଯେ ରାଜା ମଧ୍ୟ ଏହା ପିନ୍ଧିବାକୁ ସବୁ ସମୟରେ ଚାହୁଁଥିଲେ । କିନ୍ତୁ ସେ ତା’ର କାର୍ଯ୍ୟ ଅନୁଯାୟୀ ପାରିଶ୍ରମିକ ପାଉ ନଥିଲା । ଅନ୍ୟ ତନ୍ତୀମାନେ କିନ୍ତୁ ନିକୃଷ୍ଟ ମାନର ପୋଷାକ ପ୍ରସ୍ତୁତ କରୁଥିଲେ ମଧ୍ୟ ସେମାନେ ଅଧିକ ପାରିଶ୍ରମିକ ପାଉଥିଲେ । ଏହା ଦେଖି ଦିନେ ସୋମିଲାକ୍ ତା’ର ପତ୍ନୀକୁ କହିଲା, “ଦେଖ! ଆଜି...
କୌଣସି ଏକ ବିଶାଳ ବନସ୍ତ ଥିଲା । ସେହି ବନସ୍ତ ମଧ୍ୟରେ ଥିଲା ବିଶାଳ ବୃକ୍ଷଟିଏ । ବୃକ୍ଷଟି ବନସ୍ତର ଖୁବ୍ ଶୋଭାବର୍ଦ୍ଧନ କରୁଥିଲା । ସେପରି ଏକ ବିଶାଳବୃକ୍ଷ ଅନ୍ୟ କୌଣସି ବନସ୍ତରେ ଦେଖାଯାଉନଥିଲା । କାରଣ ଏହି ବିଶାଳ ବୃକ୍ଷ ଏପରି ଏକ ବିଶାଳ ବନସ୍ତରେ ରହିବାରେ କୌଣସି ଏକ ବିଶେଷ କଥାକୁ ଧରି ରହିଥିଲା । ଦିନକର କଥା, ସେହି ବିଶାଳ ବୃକ୍ଷ ତଥା ସୁନ୍ଦର ରମଣୀୟ ଶୋଭାପ୍ରତି ଆକୃଷ୍ଟ ହୋଇ କେଉଁଆଡ଼ୁ ଆସିଥିବା ସିଂଧୁକ ନାମକ ପକ୍ଷୀ ତାହାକୁ...
ପ୍ରାଚୀନ କାଳର କଥା । ଗଙ୍ଗା ନାମକ ନଦୀ କୂଳବର୍ତ୍ତି ସ୍ଥାନରେ ଜଣେ ଋଷିଙ୍କର ଆଶ୍ରମ ଥିଲା । ସେହି ଋଷିଙ୍କର ନାମ ହେଉଛି ସାନ୍ଧିପର୍ଣ୍ଣି । ଋଷି ପ୍ରତିଦିନ ପୁଣ୍ୟନଦୀ ଗଙ୍ଗାରେ ସ୍ନାନ ସାରି ଆଦିତ୍ୟ ଦେବତାଙ୍କ ଉଦ୍ଧେଶ୍ୟରେ ଜଳ ସମର୍ପଣ କରିଥାଆନ୍ତି । ଦିନକର କଥା । ଋଷି ସାନ୍ଦିପର୍ଣ୍ଣି ଗଙ୍ଗା ନଦୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ଆଦିତ୍ୟଙ୍କୁ ଜଳ ତର୍ପଣ କରିବା ସମୟରେ ତାଙ୍କ ହସ୍ତରେ ଶୂନ୍ୟରୁ ଆସି ଗୋଟିଏ ମୂଷିକ ପଡ଼ିଗଲା । ଏହାଦେଖି ଋଷି ଆଶ୍ଚର୍ଯ୍ୟ ହୋଇଗଲେ ଓ ପୁନଶ୍ଚ ସେହି...
ନିଶା ଗରଜୁଥାଏ । ତୁହାକୁ ତୁହା ବର୍ଷା ହେଉଥାଏ । ଶ୍ୱାନଶ୍ୱାପଦଙ୍କ ରଡି ସାଙ୍ଗକୁ ଅଶରୀରୀମାନଙ୍କ ଅଟ୍ଟହାସ୍ୟ ମଧ୍ୟ ଶୁଭୁଥାଏ । ବିଜୁଳି ଆଲୁଅର ଝଲକରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ରାଜା ବିକ୍ରମାର୍କ ତିଳେ ହେଲେ ମଧ୍ୟ ବିଚଳିତ ନହୋଇ ପୁନର୍ବାର ବୃକ୍ଷାରୋହଣ କରି ଶବଟିକୁ ଉତାରି ଆଣିଲେ । ତା’ପରେ ତାକୁ କାନ୍ଧରେ ପକାଇ ଶୂନ୍ଶାନ୍ ଶ୍ମଶାନପଥ ଅତିକ୍ରମ କରିବାକୁ ଆରମ୍ଭ କରିବା ମାତ୍ରେ ଶବସ୍ଥିତ ବେତାଳ କହିଲା, “ରାଜା! ତମେ ଏ ନିର୍ଜନ ରାତିରେ ଏଭଳି ପରିଶ୍ରମ କାହିଁକି କରୁଛ, ବିପଦକୁ କାହିଁକି ତାଚ୍ଛଲ୍ୟ କରି...
ପ୍ରତାପଙ୍କ ଉପବାସ (ବେତାକ କାହାଣୀ) ଏଣେ ନିଶା ଗରଜୁଥାଏ । ବାହାରେ ତେଣେ ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ଝିପିଝିପି ବର୍ଷା ମଧ୍ୟ ହେଉଥାଏ । ଠିକ୍ ସେହି ସମୟରେ ଆଖପାଖର ଅରଣ୍ୟ ଭିତରୁ ସାଇଁ ସାଇଁ ଶବ୍ଦ ଭାସି ଆସୁଥାଏ । ଘଡଘଡି ଓ ଶ୍ୱାନ ଶ୍ୱାପଦଙ୍କ ରଡି ମଝିରେ ଅଶରିରୀମାନଙ୍କ ଅଟ୍ଟହାସ୍ୟ ବି ଶୁଭୁଥାଏ । ଘନ ଘନ ବିଜୁଳି ଆଲୁଅରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ସେ ରାଜା ବିକ୍ରମାର୍କ ତିଳେ ହେଲେ ମଧ୍ୟ ବିଚଳିତ ବୋଧ ନ କରି ପୁନର୍ବାର ସେ ବୃକ୍ଷଟି...