- All
- AMA KUNAKUNI MAGAZINE
- award
- CELEBRATION
- distrubution
- Hingula Library
- Inaguration
- LIBRARY
ସଂଚୟର ମହତ୍ୱ ଏକ ଛୋଟ ଗ୍ରାମରେ ଅନନ୍ତର ଜନ୍ମ । ଅଠର ବର୍ଷ ବୟସରେ ବିଦ୍ୟାଳୟ ଶିକ୍ଷା ସମାପ୍ତ କରିବା ବେଳକୁ ତା’ ପିତାଙ୍କର ଦେହାନ୍ତ ଘଟିଲା । ତାକୁହିଁ କ୍ଷେତ ବାଡିର କଥା ବୁଝିବାକୁ ପଡିଲା । ଏଥି ସହିତ ସେ ନିଜ ପାଇଁ ଚାକିରୀଟିଏ ମଧ୍ୟ ଯୋଗାଡ କଲା । ଜମିଦାରଙ୍କ ଦୋକାନରେ ଛୋଟ ଚାକିରୀଟିଏ ପାଇ ସେ ଖୁବ୍ ଖୁସି ହେଲା । ଜମିଦାର ଜଗପତି ଜଣେ ସ୍ନେହଶୀଳ ବ୍ୟକ୍ତି । ନିଜର କର୍ମଚାରୀ ମାନଙ୍କର ସୁଖଦୁଃଖ, ଅଭାବ ଅସୁବିଧା ପ୍ରତି ତାଙ୍କର ଖୁବ୍...
ଷଡଯନ୍ତ୍ରର ସୁଫଳ ଅମିରୁ ଆଲାମ ସହରର ସୁଲତାନ୍ ଥିଲେ । ତାଙ୍କ ଦରବାରରେ ଦଶଜଣ ଉଜୀର୍ ଥିଲେ । କିନ୍ତୁ ସେମାନେ ସଦାବେଳେ ସୁଲତାନ୍ଙ୍କ ଅଜାଣତରେ ଲୋକଙ୍କ ଉପରେ ଅତ୍ୟାଚାର କରି ଅନେକ ଧନସମ୍ପତ୍ତି ଠକି ଖାଉଥିଲେ । ଅବଶେଷରେ ପଡୋଶୀ ରାଜ୍ୟର ସୁଲତାନ୍ ଯେତେବେଳେ ରାଜ୍ୟ ଆକ୍ରମଣ କଲେ, ସେତେବେଳେ ଏଇ ବିଶ୍ୱାସଘାତକ ଉଜୀରମାନେ ଗୁପ୍ତରେ ପଡୋଶୀ ରାଜ୍ୟକୁ ସାହାଯ୍ୟ କଲେ । ତେଣୁ ଅନାୟାସରେ ପଡୋଶୀ ରାଜ୍ୟର ସୁଲତାନ୍ ଅମିରୁଙ୍କ ଦୁର୍ଗ ଦଖଲ କଲେ । ସେଇ ଗୋଳମାଳ ଭିତରେ ସୁଲତାନ୍ ଅମିରୁ ନିଜର ସ୍ତ୍ରୀ ଓ ଶିଶୁପୁତ୍ରକୁ...
ନୂତନ ଦଣ୍ଡ ଚନ୍ଦ୍ରସେନ ନାମକ ଜଣେ ରାଜାଙ୍କ ନିକଟରେ ଭୂଷଣ ନାମକ ବିଦୁଷକ ଥିଲେ । ରାଜାଙ୍କୁ ଖୁସି ରଖିବାରେ ସେ ଅଦ୍ୱିତୀୟ ଥିଲେ । ଦିନେ ରାଜା ତାଙ୍କ ଉପରେ ଖୁସି ହୋଇ କହିଲେ, “ବିଦୁଷକ, ତୁମେ ମୋତେ କିଛି ବର ମାଗ ଯେଉଁଥିରେ କି ମୋର କିଛି କ୍ଷତି ନହେଉ ଓ ତୁମର ବହୁତ ଲାଭ ହେଉ ।” ରାଜାଙ୍କ ଏଭଳି କଥାରେ ଭୂଷଣ କହିଲେ, “ମହାରାଜ ବିଦୁଷକର ଜୀବନ ଖଣ୍ଡାଧାରରେ ଚାଲିବା ପରି । ତେଣୁ ଆପଣଙ୍କ ବରଦାନ ଠିକ୍ ବିପଦ...
କଥାକୁହା ଫଳ ଜଣେ ରାଜାଙ୍କ ପାଖରେ ଅଗଣିତ ଗାଈ ଥିଲେ । ପଶୁପାଳକ ପ୍ରତିଦିନ ସେହି ଗାଈଗୁଡିକ ଚରାଇବା ପାଇଁ ପାହାଡ ନିକଟସ୍ଥ ପ୍ରାନ୍ତରକୁ ନେଇ ଯାଆନ୍ତି । କିନ୍ତୁ ସଂନ୍ଧ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା ସମୟକୁ ଫେରିବାବେଳକୁ ଗାଈଙ୍କ ସଂଖ୍ୟା କମି ଯାଇଥାଏ । ଏପରି କିଛିଦିନ ଲଗାତାର ଘଟିବାରୁ ରାଜା ଖୁବ୍ ଚିନ୍ତିତ ହୋଇ ପଡିଲେ । ଅନେକ ପ୍ରକାର ସତର୍କତା ଅବଲମ୍ବନ କଲେ । ମାତ୍ର ଗାଈମାନଙ୍କର ଅନ୍ତର୍ଦ୍ଧାନ ବନ୍ଦ ହେଲା ନାହିଁ । ପଶୁପାଳକଙ୍କୁ ରାଜା ଏହାର କାରଣ ବାରମ୍ବାର ପଚାରିଲେ ସେମାନେ ସେହି ଏକା...
କଖାରୁ ଓ ରାଜାଝିଅ ବହୁତ ଦିନ ତଳର କଥା । ଗୋଟିଏ କୃଷକ ଓ ତା’ସ୍ତ୍ରୀ ବିଲରେ ଚାଷ କରି ପେଟ ପୋଷୁଥାନ୍ତି । ସେମାନଙ୍କର କୌଣସି ପିଲାପିଲି ନଥାନ୍ତି । ଦିନେ ସେମାନେ ବିଲରେ ଚାଷ କରୁଛନ୍ତି, ହଠାତ୍ ସେ କୃଷକ ତା’ ସ୍ତ୍ରୀକୁ କହିଲା, ‘ମୋତେ ଖୁବ୍ ଭୋକ ଲାଗୁଛି । ତେଣୁ ତୁ ଘରକୁ ଯାଇ କିଛି ମକା ଭାଜି ଆଣ ।’ ...
ରୋଜି ଓ ପରୀରାଣୀ ସେ କାଳରେ ଫ୍ରାନ୍ସରେ ଜଣେ ରାଜା ରାଜୁତି କରୁଥିଲେ । ବହୁକାଳଯାଏଁ ତାଙ୍କ ରାଣୀଙ୍କର କିଛି ବି ସନ୍ତାନ ହେଲା ନାହିଁ । ଏହି କାରଣରୁ ରାଜା ରାଣୀ ଦୁହେଁ ବଡ ମନ ଦୁଃଖରେ ଥାଆନ୍ତି । କେତେ ଦିଅଁ ଦେବତା ଡାକିଲା ପରେ ଯାଇ ରାଣୀଙ୍କର ଚନ୍ଦ୍ରଉଦିଆ ପରି ଦୁଇଟି ଜାଆଁଳା ଝିଅ ହେଲେ । ସେ ଦୁହେଁ ଦେଖିବାକୁ ଭାରି ସୁନ୍ଦର ଥିଲେ । ଦୁଇଜଣଙ୍କ ନାଁ ଦିଆହେଲା ‘ଗୋଲାପ’ ଆଉ ‘ହେନା’ । ତିନିବର୍ଷ ପରେ ରାଣୀଙ୍କର ଆଉ ଗୋଟିଏ ଝିଅ ହେଲା...
